ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ପରଲୋକ

0

ଭୁବନେଶ୍ବର : ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ ଆଉ ନାହାନ୍ତି । ରବିବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ଜଣା ପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା।

ସେ ବିଜନେସ ଷ୍ଟଣ୍ଡାର୍ଡର ରେସିଡେଣ୍ଟ ଏଡିଟର ଭାବେ କାର୍ଯ୍ୟ କରୁଥିଲେ। ଜଣେ ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ବ ଭାବେ ସେ ବିଭିନ୍ନ ଟେଲିଭିଜନ ଚାନେଲରେ ଅର୍ଥନୀତି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନାରେ ଭାଗନେଇ ବଳିଷ୍ଠ ଯୁକ୍ତି ଉପସ୍ଥାପନ କରୁଥିଲେ। ଅର୍ଥନୀତି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଲେଖା ଲେଖି ସେ ବେଶ ସୁନାମ ଅର୍ଜନ କରିଥିଲେ। ତାଙ୍କ ବିୟୋଗରେ ସାମ୍ବାଦିକ ମହଲ ତଥା ସମାଜର ବିଭିନ୍ନ ବର୍ଗରେ ଶୋକର ଛାୟା ଖେଳିଯାଇଛି

Leave A Reply