ନଦୀରେ ବୁଡି ଯୁବକ ମୃତ

ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଯୁବକ ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଜଣ ଯୁବକ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ଅସାବଧାନତା କାରଣରୁ ଗୋଡ଼ ଖସିଯାଇଥିଲା । ଫଳରେ ଉଭୟ ପାଣିରେ ବୁଡ଼ିଯାଇଥିଲେ । ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଯୁବକଙ୍କୁ ସ୍ଥାନୀୟଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ମୃତକ ଯୁବକଙ୍କ ଘର ବିହାର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

Comments are closed.