ବିଜେଡିରେ ଯୋଗ ଦେଲେ ପୂର୍ବତନ ବିଧାୟକ ଦୁଷ୍ମନ୍ତ

0

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାୟକ। ଆଜି ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଦୁଷ୍ମନ୍ତ ନାୟକ ବିଧିବଦ୍ଧ ଭାବରେ ବିଜେଡିରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ହଜାର ହଜାର ବିଜେଡି ସମର୍ଥକ ଉପସ୍ଥିତ ଥିବା ଜଣାପଡିଛି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଜୁଲାଇ ୧୧ରେ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ। ବ୍ୟକ୍ତିଗତ କାରଣରୁ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି ବୋଲି ଉଲ୍ଲେଖ କରିଥିଲେ।

Leave A Reply