ହୋଟେଲରେ ଅଗ୍ନିକାଣ୍ଡ, ୬ଆହତ

0

ରାଉରକେଲା : ପାନପୋଷ ଛକ ନିକଟରେ ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ହୋଟେଲ ମାଲିକଙ୍କ ସମେତ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ରବିବାର ସକାଳେ ‘ପଞ୍ଚମ’ ନାମକ ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Leave A Reply