ଅଗ୍ନିକାଣ୍ଡରେ ୪ ବଖରା ଘର ଭସ୍ମୀଭୂତ

0

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅନ୍ତର୍ଗତ ତଳକୁସୁମା ଗାଁରେ ଅଗ୍ନିକାଣ୍ଡ ୪ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ନିଆଁରେ ଘରର ଆସବାବପତ୍ର, ଧାନଚାଉଳ, ବିରି, ମୁଗ ସହ ଅନ୍ୟାନ୍ୟ ଦ୍ରବ୍ୟ ପୋଡ଼ିଯାଇଛି। କୋରୁଆ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

Leave A Reply