ପିଏନ୍ କଲେଜରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା : ଖାତା ଦେଖା ବେଳେ ପିଏନ୍ କଲେଜରେ ଅଘଟଣ ଘଟିଛି । ଗୁରୁବାର ସକାଳେ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ସମୟରେ ଖୋର୍ଦ୍ଧା ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ଏକ କୋଠରୀରେ ହଠାତ ନିଆଁ ଲାଗି ଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି । ଅଗ୍ନିକାଣ୍ଡର ପ୍ରକୃତ କରାଣ ଜଣାପଡି ନଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥାଇ ପାରେ ବୋଲି ସନ୍ଦେହ କରାଯାଉଛି । ତେବେ ସୌଭାଗ୍ୟବଶତଃ ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନଥିବା ଜଣାପଡିଛି ।

Comments are closed.