ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା ଘର

ଚୌଦ୍ବାର : ଶାଳଗାଁ ପଞ୍ଚାୟତ ନେଳିଆ ଗାଁରେ ଶୁକ୍ରବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୮ ବଖରା ଘର ସହ ସମସ୍ତ ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି । ଫଳରେ ୩ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ନଷ୍ଟ ହୋଇଛି । ତେବେ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

Comments are closed.