ସୋରରେ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ସୋର  : ସୋରରେ ଏକ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ସିମୁଳିଆ କହ୍ନେଇବନ୍ଧା ତିରୁଆ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ତେବେ ସଟ୍‌ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Comments are closed.