ଅଗ୍ନିକାଣ୍ଡରେ ପାଞ୍ଚ ବଖରା ଭସ୍ମୀଭୂତ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଗଞ୍ଜାମ : ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ବ୍ଲକ ଗାୟଗଣ୍ଡାରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ତିନୋଟି ପରିବାରର ପ୍ରାୟ ପାଞ୍ଚ ବଖରା ଘର ଭସ୍ମ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ସର୍ଟ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।

Comments are closed.