କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ

ବରଗଡ଼: ଗୋଡଭଗା ରେଳ ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଝାରସୁଗୁଡା ଜିଲ୍ଲାର ବ୍ରଜରାଜନଗରରୁ ବିଶାଖାପାଟଣା ବନ୍ଦରରୁ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଥିଲା। ବରଗଡ଼, ଅତାବିରା ଏବଂ ସମ୍ବଲପୁରର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ।

Comments are closed.