ଦୋକାନରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ସୁନ୍ଦରଗଡ଼ : ସୁନ୍ଦରଗଡ଼ର ବଣାଇ କୋଇଡ଼ାର ଏକ ବୈଦ୍ୟୁତିକ ସାମଗ୍ରୀ ଦୋକାନରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ପ୍ରାୟ ୫ ଘଣ୍ଟାର ଉଦ୍ୟମ ପରେ ଅଗ୍ନିଶମ କର୍ମଚାରୀ ନିଆଁ ଆୟତ୍ତ କରିବାକୁ ସକ୍ଷମ ହୋଇଥିଲେ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।

Comments are closed.