ହାତ ପାହାନ୍ତାରେ ମିଳିବ ଅଗ୍ନି ସୁରକ୍ଷା ପ୍ରମାଣପତ୍ର

ଭୁବନେଶ୍ୱର: ବିଭିନ୍ନ ବାସଗୃହ ଓ କୋଠା ପାଇଁ ଏଣିକି ଅଗ୍ନି ସୁରକ୍ଷା ପ୍ରମାଣପତ୍ର ପାଇବା ଲାଗି ଆଉ ଅଗ୍ନିଶମ ସେବା ନିର୍ଦ୍ଦେଶାଳୟକୁ ଯିବାକୁ ପଡ଼ିବ ନାହିଁ। ବିଭାଗୀୟ କ୍ଷେତ୍ରୀୟ କର୍ମଚାରୀ ବା ଫିଲ୍‍ଡ ଅଫିସରମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ। ଏଥିପାଇଁ ଅଗ୍ନି ସୁରକ୍ଷା କ୍ଷେତ୍ରରେ ଅଧିକ ସଚେତନତା ଓ ସୁରକ୍ଷିତ ବ୍ୟବସ୍ଥା ପାଇଁ ବିଭିନ୍ନ ଅନୁମୋଦନ ଓ ପ୍ରମାଣପତ୍ର ପ୍ରଦାନ ଅଧିକାର କ୍ଷେତ୍ରୀୟ କର୍ମଚାରୀଙ୍କୁ ପ୍ରଦାନ କରାଯାଇଛି।

ରାଜ୍ୟ ସରକାରଙ୍କ ୫-ଟି ନୀତି ଅନୁଯାୟୀ ମଧ୍ୟ ଏହି ପ୍ରକ୍ରିୟାକୁ ଅଧିକ ସରଳ ଓ ସମୟୋପଯୋଗୀ କରାଯାଇଛି। ନୂଆ ନିୟମ ଅନୁଯାୟୀ କ୍ଷେତ୍ରୀୟ କର୍ମଚାରୀମାନେ ଆବଶ୍ୟକ ପ୍ରକ୍ରିୟା ଅନୁସରଣ କରି ଆବେଦନ ଗ୍ରହଣ କରିବାର ୧୮ ଦିନ ମଧ୍ୟରେ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ପ୍ରଦାନ କରିବେ। ତେବେ ଏହା ଆସନ୍ତା ଜାନୁୟାରୀ ମାସରୁ ‘ମୋ ସରକାର’ ଅଧୀନରେ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି।

Comments are closed.