ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଶୌରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପୁଣେ: ବିଜେପିର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଶିଷ୍ଟ ସାମ୍ବାଦିକ ଅରୁଣ ଶୌରୀ ଅସୁସ୍ଥ ହୋଇପଡ଼ିଛନ୍ତି। ତେଣୁ ତାଙ୍କୁ ଚିକିତ୍ସା ପାଇଁ ପୁଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ଚିକିତ୍ସା କରୁଥିବା ଜଣେ ଡାକ୍ତର ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରବିବାର ବିଳମ୍ବିତ ରାତିରେ ଶୌରୀ ହଠାତ୍‌ ଚେତାଶୂନ୍ୟ ହୋଇପଡ଼ିଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ତାଙ୍କର ଆବଶ୍ୟକ ପରୀକ୍ଷାନିରୀକ୍ଷା କରାଯିବା ସହିତ ସ୍ବାସ୍ଥ୍ୟ ଉପରେ ନଜର ରଖାଯାଇଥିବା ହସ୍ପିଟାଲର ଜଣେ ବରିଷ୍ଠ ଡାକ୍ତର କହିଛନ୍ତି। ବର୍ତ୍ତମାନ ତାଙ୍କ ଅବସ୍ଥା ଭଲ ଅଛି।

Comments are closed.