ଗ୍ୟାସ୍ ଟାଙ୍କି ଫାଟି ୩ ଗୁରୁତର

0

କଟକ: ଗ୍ୟାସ୍ ଟାଙ୍କି ବିସ୍ଫୋରଣ ଘଟି ଗୋଟି ପରିବାରର ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନେ ଚିକିତ୍ସାଧୀନ ଅଛନ୍ତି ।

ସୂଚନାଯୋଗ୍ୟ, କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ପଶାଣିଆ ଗାଁରେ ଗ୍ୟାସ ଟାଙ୍କି ବିସ୍ଫୋରଣ ଘଟିଥିଲା।  ଏଥିରେ ଗୋଟିଏ ପରିବାରର ୩ ଜଣ ସଦ୍ୟସ ସରସ୍ୱତୀ କର, ବାବୁଲି କର ଓ ଆଦିତ୍ୟ କର ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ବାଙ୍କୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

Leave A Reply