ବିଧାନସଭା ପରିସରରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ବର : ଓଡ଼ିଶା ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୦ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇ ଯାଇଛି। ଶୁକ୍ରବାର ସକାଳେ ଏହି ଅବସରରେ ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
ବାଚସ୍ପତି ପ୍ରଦୀପକୁମାର ଅମାତ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମହିଳା ଓ ଶିଶୁବିକାଶ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ସରକାରୀ ଦଳ ମୁଖ୍ୟ ସଚେତକ ଅମରପ୍ରସାଦ ଶତପଥୀ, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ପୂର୍ବତନ ବାଚସ୍ପତି ଶରତ କର, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ ଏବଂ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତାମାନେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବିଧାନସଭା ସଚିବ ଅମିୟ କୁମାର ଷଡ଼ଙ୍ଗୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଯୁଗ୍ମ ନିର୍ଦେଶକ ଶିବପ୍ରସାଦ ପଟ୍ଟନାୟକ। ଶାଶ୍ବତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀ ଦେଶାତ୍ମବୋଧ ସଙ୍ଗୀତ ପରିବେଷଣ କରିଥିଲେ।

Leave A Reply