ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା, ଅଭ୍ୟନ୍ତରୀଣ ଓଡିଶାରେ ବଢିବ ତାତି

0

କଟକ:  ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡିଶାରେ ଘଡ ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ସହ ମୟୁରଭଞ୍ଜ, କେନ୍ଦୁଝର  ଘଡ ଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ହେବା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଅଭ୍ୟନ୍ତରୀଣ ଓଡିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହା ସହ ତାତି ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply