ଓଡ଼ିଶା ଅତିକ୍ରମ କଲା ‘ଡାଏ’ ; ତଥାପି ୧୦ ଜିଲାରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଝଡ଼ ‘ଡାଏ’ ଗୁରୁବାର ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିସାରିଛି। ଏହାର ପ୍ରଭାବରେ ବିଶେଷ କ୍ଷୟକ୍ଷତି ହୋଇ ନଥିଲେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲା ଜୟପୁରରେ ସର୍ବାଧିକ ୨୯ ସେମି ଓ ମାଲକାନଗିରି ଜିଲାରେ ୨୮ ସେମି ବର୍ଷା ରେକର୍ଡ କରାଯାଇଛି ।

Leave A Reply