ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଗୃହ ୩ଟା ଯାଏ ମୁଲତବୀ

ଭୁବନେଶ୍ଵର: ବିଧାନସଭାର ଶୀତକାଳୀନ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ତେବେ ଗୃହ ଆରମ୍ଭରୁ ବିରୋଧୀମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ଏବଂ ବିଜେପି ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଚାଲିଆସି ହଙ୍ଗାମା କରିଥିଲେ। କଂଗ୍ରେସ ମୁଲତବୀ ପ୍ରସ୍ତାବ ଆଣି ତା’ ଉପରେ ଆଲୋଚନା କରିବାକୁ ଦାବି କରିଥିଲା। ବିଜେପି ମଧ୍ୟ ନାରୀ ନିର୍ଯାତନା ପ୍ରସଙ୍ଗରେ ମୁଲତବୀ ନୋଟିସ ଦେଇ ହୋହଲ୍ଲା କରିଥିଲା। ପ୍ରବଳ ହଟ୍ଟଗୋଳ ହେବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ।

Comments are closed.