ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅତିରିକ୍ତ ଦାୟିତ୍ୱ ନେଲେ ଅନୁ

0

ଭୁବନେଶ୍ୱର  : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶନିବାର ୪ଜଣ ଆଇଏଏସ୍‌ଙ୍କୁ ଅଦଳବଦଳ କରାଯାଇଛି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଶାସନ ସଚିବ ଚିତ୍ରା ଅରୁମୁଗମ୍‌ଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଭାବେ ବଦଳି କରାଯାଇଥିବାବେଳେ ଶ୍ରମ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କୁ ଅତିରିକ୍ତ ଦାୟିତ୍ୱ ଭାବେ ଉକ୍ତ ବିଭାଗ ପ୍ରଦାନ କରାଯାଇଛି। ସେହିପରି ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ଶାସନ ସଚିବ ତଥା ଏନ୍‌ଆର୍‌ଏଲ୍‌ଏମ୍‌ ନିର୍ଦେଶକ ପ୍ରଣବ ଜ୍ୟୋତି ନାଥଙ୍କୁ ଶିଳ୍ପ ନିର୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ ବର୍ତ୍ତମାନର ଶିଳ୍ପ ନିର୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ନିଆଯାଇଛି।

Leave A Reply