କେଜି ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଯବାନ ସହିଦ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ସୀମାନ୍ତରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ସକାଳେ କେଜି ସେକ୍ଟରର ମେନ୍ଧାରରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ ହୋଇଛି। ଏଥିରେ ଜଣେ ଭାରତୀୟ ଯବାନ ସହିଦ ହୋଇଥିବା ସୂଚନା ମିଳିଛି।

ଏହା ପୂର୍ବରୁ ଉତ୍ତର କଶ୍ମୀରର ସାପୋରରେ ଲୋକଙ୍କୁ ଧମକାଇବା ଓ ଭୟଭୀତ କରିବା ଅଭିଯୋଗରେ ପୁଲିସ ୪ଜଣ ଆତଙ୍କବାଦୀଙ୍କୁ ଗିରଫ କରିଥିଲା। ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ସହ ଅନ୍ୟାନ୍ୟ ଆପତ୍ତିଜନକ ସାମଗ୍ରୀ ଜବତ ହୋଇଥିଲା। ଏମାନେ ସମସ୍ତେ ଆଦଙ୍କବାଦୀ ସଙ୍ଗଠନ ହିଜବୁଲ ମୁଜାହିଦୀନ ପାଇଁ କାମ କରୁଥିଲେ। ସୁରକ୍ଷାକର୍ମୀ ସମସ୍ତଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।

Comments are closed.