ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ : ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଅଭିଯାନ ସରଗରମ

ରାଞ୍ଚି : ଝାଡ଼ଖଣ୍ଡ ବିଧାନସଭାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ସରଗରମ ହୋଇ ଉଠିଛି । ବିଭିନ୍ନ ରାଜନୈତିକ ଦଳଗୁଡ଼ିକର ବରିଷ୍ଠ ନେତାମାନେ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଜୋରସୋରରେ ପ୍ରଚାର ଚଳାଇଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ଆସନ୍ତା ୭ ତାରିଖରେ ୨୦ଟି ନିର୍ବାଚନ ମଣ୍ଡଳୀରେ ଭୋଟ୍‍ ନିଆଯିବ। ସେହିପରି ତୃତୀୟ ପର୍ଯ୍ୟାୟରେ ଆସନ୍ତା ୧୨ ତାରିଖରେ ୧୭ଟି ନିର୍ବାଚନ ମଣ୍ଡଳୀରେ ଭୋଟ ନିଆଯିବ।

ଅନ୍ୟପକ୍ଷରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ହୋଇଛି । ଏହି ପର୍ଯ୍ୟାୟରେ ଆସନ୍ତା ୧୬ ତାରିଖରେ ୧୫ଟି ନିର୍ବାଚନ ମଣ୍ଡଳୀରେ ଭୋଟ୍‍ ନିଆଯିବ। ଏହି ପର୍ଯ୍ୟାୟରେ ମୋଟ୍‍ ୨୨୯ ଜଣ ପ୍ରାର୍ଥୀ ମନୋନୟନ ପତ୍ର ଦାଖଲ କରିଥିବା ବେଳ,  ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ୨୨୧ ଜଣ ନିର୍ବାଚନ ମୈଦାନରେ ଅଛନ୍ତି।

 

Comments are closed.