ଶୁକ୍ରବାର ରାଶିଫଳ

0

ମେଷ: ଲେଖା ପଢ଼ାରେ ପାରଦର୍ଶିତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ତେଜସ୍ୱୀ ହୋଇପାରନ୍ତି।
ବୃଷ: କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।
ମିଥୁନ: କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍‍ କରିପାରେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ସାନଭାଇଙ୍କ ଠାରୁ ସମ୍ମାନ ମିିଳିବ।
କର୍କଟ: ପରିଶ୍ରମର ମୂଲ୍ୟ ମିଳିବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ। ଉଦାର ବିଦ୍ୟାପ୍ରେମୀ ହେବେ।
ସିଂହ: ଆୟ ଆଶାନୁରୂପ ହୋଇପାରେ। ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନ ମିଳିବ। ବଳଶାଳୀ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟୀମୁଖୀ ହେବେ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଧନ ଅର୍ଜନରେ ସଫଳ ହେବେ।
କନ୍ୟା: ଯୋଜନାରେ ସ୍ଥିତାବସ୍ଥା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ୱଭାବର ହେବେ। ମନଭୁଲା ମଧୁର ବାକ୍ୟରେ ଅନ୍ୟକୁ ବଶ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ତୁଳା: ସ୍ୱଳ୍ପ ଆୟ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିଯୁକ୍ତ ହେବେ।
ବିଛା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପରିଶ୍ରମର ମୂଲ୍ୟ ମିଳିବ। କୁଳଦୀପକ ହେବେ। ଚିତ୍ତ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ସୁଖୀ ହେବେ। ପାରିବାରିକ ସୁଖ ମିଳିବ।
ଧନୁ: ଅତୀତ ସମସ୍ୟାର ସମାଧାନ ଲାଗି ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ବିଶ୍ୱାସ ଘାତକ ପ୍ରତି ସତର୍କ ଦୃଷ୍ଟି ରଖନ୍ତୁ। ଘାତଚନ୍ଦ୍ର ସହିତ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବା ପ୍ରତି ପାଦପାତରେ ସତର୍କତା ଜରୁରୀ। ସ୍ୱାଭିମାନୀ ହେବେ। ଯୁଗ୍ମ- ବ୍ୟବସାୟ ଲାଭଜନକ ହେବ। ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
କୁମ୍ଭ: ବାତାବରଣ ସୌହାର୍ଦ୍ଦ୍ୟପୂର୍ଣ୍ଣ ହେବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ଅଧିକତର ହେବ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବନ୍ଧୁ ସହାୟତା ପାଇ ଆନନ୍ଦ ଅନୁଭବ କରିବେ।
ମୀନ: ମନରେ ନୈରାଶ୍ୟ ଭାବ ଜାତ ହୋଇପାରେ। ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁପୀଡ଼ା ଅନୁଭବ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ଢ଼େର ସୁନାମ ମିଳିବ।

Leave A Reply