କାଳବୈଶାଖୀ ଜନିତ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା, ବୌଦ, ସୋନପୁର ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସନ୍ଧ୍ୟା ୫ଟା ୧୫ ସୁଦ୍ଧା କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 

Comments are closed.