୧୮ରୁ ସଂସଦର ଶୀତକାଳୀନ ଅଧିବେଶନ : ଆସନ୍ତାକାଲି ବାଚସ୍ପତିଙ୍କ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ସୋମବାରଠାରୁ ଆରମ୍ଭ ହେଉଥିବା ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ଲୋକସଭା ବାଚସ୍ପତି ଓମ୍‍ ବିର୍ଲା ଶନିବାରଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଗୃହ କାର୍ଯ୍ୟ ସୁରୁଖୁରୁରେ ପରିଚାଳନା ପାଇଁ ସବୁ ରାଜନୈତିକ ଦଳଗୁଡ଼ିକର ସହଯୋଗ ଲୋଡ଼ିବା ଲାଗି ଶ୍ରୀ ବିର୍ଲା ଏହି ବୈଠକ ଡକାଇଛନ୍ତି ।

ରାଜ୍ୟସଭା ଅଧ୍ୟକ୍ଷ ଏମ୍‍. ଭେଙ୍କିୟା ନାଇଡୁ ମଧ୍ୟ ବିଭିନ୍ନ ରାଜନୈତିକ ଦଳର ନେତାମାନଙ୍କୁ ରବିବାର ଦିନ ଏକ ବୈଠକରେ
ଯୋଗ ଦେବାପାଇଁ ଡାକିଛନ୍ତି। ସେହିଦିନ ସରକାରଙ୍କ ପକ୍ଷରୁ ଏକ ସର୍ବଦଳୀୟ ବୈଠକ ମଧ୍ୟ ଡକାଯାଇଛି । ଡିସେମ୍ବର ୧୩ ତାରିଖରେ ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଶେଷ ହେବ।

Comments are closed.