ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ

0

ମାଲକାନଗିରି : ରବିବାର ଠାରୁ ନକ୍ସଲଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଛି। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ନକ୍ସଲମାନେ ଏହି ସପ୍ତାହ ପାଳନ କରିବେ। ଏହି କାରଣରୁ କୋରାପୁଟ ଓ ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ନକ୍ସଲମାନେ ପୋଷ୍ଟର ଲଗାଇବା ସହ ବନ୍ଦ ପାଳନ ପାଇଁ ଆହ୍ୱାନ ଦେଇଛନ୍ତି। ପିଏଲଜିଏ ସପ୍ତାହକୁ ନଜରରେ ରଖି କୋରାପୁଟ, ମାଲକାନଗିରି , ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶ ସୀମାରେ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ସୀମାରେ କମ୍ବିଂ ଅପରେସନ ଜୋରଦାର କରାଯିବା ସହ ସମ୍ବେଦନଶୀଳ ସ୍ଥାନ ଗୁଡ଼ିକରେ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ କୋରାପୁଟରୁ ରାୟଗଡ଼ା, ମାଲକାନଗିରି, ଗଜପତି ଜିଲାକୁ ସରକାରୀ ବସ ବନ୍ଦ ରହିବ ବୋଲି ମଧ୍ୟ ସୂଚନା ମିଳିଛି।

Leave A Reply