ରିଲିଫ୍ ଓ ପୁନରୁଦ୍ଧାର ପାଇଁ ଗଠନ ହେଲା ମନ୍ତ୍ରିସ୍ତରୀୟ କମିଟି, ପୂଜା ଛୁଟି ବାତିଲ

0

ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ତିତଲି ପ୍ରଭାବରେ ବର୍ଷା ଓ ବନ୍ୟା ଯୋଗୁଁ ରାଜ୍ୟର ଅଧିକ କ୍ଷତିଗ୍ରସ୍ତ ହୋଇଥିବା ତିନି ଜିଲ୍ଲା ଗଞ୍ଜାମ, ଗଜପତି ଓ ରାୟଗଡାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ଅନୁଧ୍ୟାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ତିନି ଜଣିଆ ମନ୍ତ୍ରିସ୍ତରୀୟ କମିଟି ଗଠନ କରିଛନ୍ତି।

ଏହି କମିଟିରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି, ଜଳ ସଂପଦ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ସାମିଲ କରାଯାଇଛି।  ଶ୍ରୀ ମହାନ୍ତି ଏହି କମିଟିର ଅଧ୍ୟକ୍ଷ ଅଛନ୍ତି । ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାକୁ ଯାଇ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ତଦାରଖ କରିବା ପାଇଁ ଏହି ତିନି ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ସରକାର କିଛି ବିଭାଗର ପୂଜା ଛୁଟି ବାତିଲ କରିଛନ୍ତି । ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣା ପଡିଛି।

 

 

Leave A Reply