ବଲାଙ୍ଗୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ବଲାଙ୍ଗୀର : ବଲାଙ୍ଗୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ସେ ସ୍ୱତନ୍ତ୍ର ବାୟୁସେନା ହେଲିକାପ୍ଟର ଯୋଗେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ଗଣେଶୀ ଲାଲ, ଜୁଏଲ ଓରାମ,ସାଂସଦ କଳିକେଶ ସିଂହଦେଓ, ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ,ବିରୋଧୀ ଦଳ ନେତା ତଥା ବିଧାୟକ ନରସିଂହ ମିଶ୍ର, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୂଚନା ଅନୁଯାୟୀ,ବଲାଙ୍ଗୀରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ବଲାଙ୍ଗୀର-ବିଛୁପାଲି ମଧ୍ୟରେ ନୂଆ ରେଳପଥର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ହେବା ପରେ ଏହା ମୋଦୀଙ୍କ ପ୍ରଥମ ବଲାଙ୍ଗୀର ଗସ୍ତ ବୋଲି ଜଣାପଡିଛି।

Leave A Reply