୩୦ରେ ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବ

ନୂଆଦିଲ୍ଲୀ : ନରେନ୍ଦ୍ର ମୋଦୀ ଆସନ୍ତା ୩୦ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ରାଷ୍ଟ୍ରପତି ଭବନରେ ସନ୍ଧ୍ୟାା ୭ଟାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ମୋଦୀଙ୍କ ସହିତ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ନେବେ। ରାଷ୍ଟ୍ରପତି ଭବନ ସୂତ୍ରରୁ ଏ ନେଇ ସୂଚନା ଦିଆଯାଇଛି।

ଦ୍ବିତୀୟ ଥର ପାଇଁ ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ । ପୂର୍ବରୁ ସେ ଏନଡିଏ ଏବଂ ବିଜେପି ସଂସଦୀୟ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଶନିବାର ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଥିଲେ। ରାଷ୍ଟ୍ରପତି ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରିଥିଲେ।

Comments are closed.