ସୋମବାର ରାଶିଫଳ

0

ମେଷ: କୌଣସି କାର୍ଯ୍ୟ କରିବାକୁ ଯାଇ ଅସୁବିଧାରେ ପଡ଼ି ପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଅର୍ଥ ଟାଣ-ଟୁଣ ରହିବ। କେବଳ ଯୁଗ୍ମ-ବ୍ୟବସାୟ ଲାଭଜନକ ହେବ। ସ୍ବାଭିମାନୀ ହେବେ। ସତର୍କରେ ଚଳିବାକୁ ପଡ଼ିବ।
ବୃଷ: ଗୃହକାର୍ଯ୍ୟରେ ମନୋନିବେଶ କରିପାରନ୍ତି। ବନ୍ଧୁ ମିଳନ ଘଟିବାର ସୁଯୋଗ ସୃଷ୍ଟି ହୋଇଛି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ମିଷ୍ଟାନ୍ନ ଭୋଜନ ମିଳିବ।
ମିଥୁନ: ବୃଦ୍ଧି ପାଉଥିବା ଶତ୍ରୁତାର ଅବସାନ ଘଟାଇ ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି। ଋଣ ପରିଶୋଧ କରିବାରେ ସକ୍ଷମ ହେବେ।
କର୍କଟ: ଆୟ ଆଶାନୁରୂପ ହୋଇପାରେ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଅର୍ଥ ପ୍ରାପ୍ତିର ସୁଯୋଗ ଜୁଟିଛି। ସୁ-ସମ୍ବାଦ ପାଇ ସନ୍ତୁଷ୍ଟ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପଢ଼ାପଢ଼ିରେ ମନୋନିବେଶ କରିବେ।
ସିଂହ: ଧନ ପ୍ରାପ୍ତି ହେତୁ ସୁଖ ମିଳିବ। ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରନ୍ତୁ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦିଅଁ ଦର୍ଶନ କରିବାର ସୌଭାଗ୍ୟ ଉଦୟ ହୋଇଛି।
କନ୍ୟା: ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି। ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ବିଭିନ୍ନ ଦିଗରୁ ଧନଲାଭର ସୂଚନା ମିଳୁଛି। ଯାନବାହନ ସୁଖ ମିଳିପାରେ। ନୀତିନିଷ୍ଠ ହେବେ। ତ୍ୟାଗପୂତ ଜୀବନ ବିତାଇବେ।
ତୁଳା: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ଆୟ ଯଥେଷ୍ଟ ପରିମାଣର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିପାରେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ବିଛା: ଧନ ସଞ୍ଚୟ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ। ଧନବାନ୍‌ ଓ ଗୁଣଜ୍ଞ ହୋଇପାରନ୍ତି। ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ବିତର୍କରୁ ଓହରି ଯିବେ।
ଧନୁ: ଧନ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ମନକୁ ନିୟୋଜିତ କରିପାରନ୍ତି। ଦିନଟି ଫଳଦାୟକ ହେବ। ଯେକୌଣସି ସୂତ୍ରରୁ ଧନାଗମ ହୋଇପାରେ।
ମକର: ନୂତନ ଅଭିଜ୍ଞତା ଅର୍ଜନ କରିପାରନ୍ତି। ଆୟ ଯଥେଷ୍ଟ ପରିମାଣର ହୋଇପାରେ। ଶୁଭ ସମାଚାର ଆନନ୍ଦ ଦାୟକ ହେବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହୋଇପାରେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ କରଣୀୟ। ବିଜୟୀ ହେବେ।
କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ସାଧାନାରେ ସିଦ୍ଧି ପ୍ରାପ୍ତ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। କ୍ଷମତାର ଅଭିବୃଦ୍ଧି ଘଟିବ। ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦରେ ବିଜୟୀ ହେବେ।
ମୀନ: ଅଭିଜ୍ଞତାକୁ କାର୍ଯ୍ୟରେ ଲଗାଇ ଉପକୃତ ହେବେ। ଦିଅଁ ଦର୍ଶନର ସୌଭାଗ୍ୟ ଅଛି। ପ୍ରତିଯୋଗିତାରେ ବିଜୟୀ ହେବେ। ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଯେ କୌଣସି ସୂତ୍ରରୁ ଅର୍ଥ ମିଳିପାରେ। ଧର୍ମ-କର୍ମ ସଂପାଦନ କରିବେ।

Leave A Reply