ମହିଳାଙ୍କୁ ହତ୍ୟା ଅଭିଯୋଗ

0

ଗଞ୍ଜାମ  : ଗଞ୍ଜାମ ଜିଲା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମରେ ଜଣେ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୋମବାର ସକାଳେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ମହିଳାଙ୍କ ସ୍ୱାମୀ ହେଲେ ବାବୁଲା ସେନାପତି । ସୂଚନା ଅନୁଯାୟୀ, ସକାଳ ସମୟରେ ଘର ଭିତରେ ବାବୁଲା ନିଜ ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଚମାଖଣ୍ଡ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି।

Leave A Reply