ପାରିବାରିକ କଳହରୁ ହତ୍ୟାକାଣ୍ଡ ଅଭିଯୋଗ

0

କୁଚିଣ୍ଡା : ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅନ୍ତର୍ଗତ କିସାନପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ନିଜ ଭାଉଜକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ବ୍ୟକ୍ତି ଜଣକ ନିଜ ଭାଉଜକୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

Leave A Reply