ପତ୍ନୀଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ଆତ୍ମହତ୍ୟା କଲା ସ୍ବାମୀ

0

ବିଜେପୁର: ପାରିବାରିକ କଳହରୁ ବିଭିନ୍ନ ସ୍ଥାନରେ ହତ୍ୟାକାଣ୍ଡ ବା ଆତ୍ମହତ୍ୟା ଭଳି ଅଭାବନୀୟ ଘଟଣା ଘଟୁଥିବା ଦେଖିବାକୁ ମିଳିଛି । ଆଜି ପୁଣି ଅନୁରୂପ ଘଟଣା ବରଗଡ଼ ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ଚାରପାଲି ଗାଁରେ ଘଟିଛି । କୌଣସି କଥାକୁ ନେଇ ସ୍ୱାମୀ ନିଜ ପତ୍ନୀଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ନିଜେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଆଜି ସକାଳେ ତାଙ୍କ ଘର ନିକଟକୁ ଫୁଲ ତୋଳିବାକୁ ଯାଇଥିବା ବେଳେ ସ୍ଥାନୀୟଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ । ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗତକାଲି ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Leave A Reply