ସୁପ୍ରିମକୋର୍ଟଙ୍କ ରାୟରେ ଅସନ୍ତୁଷ୍ଟ ମୁସଲିମ ପକ୍ଷ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଶନିବାର ଅଯୋଧ୍ୟା ବିବାଦ ମାମଲାର ରାୟ ପ୍ରକାଶ କରିଛନ୍ତି। ବିବାଦୀୟ ସ୍ଥଳକୁ ହିନ୍ଦୁମାନଙ୍କୁ ଦେବା ସହିତ ମୁସଲିମଙ୍କୁ ଅନ୍ୟତ୍ର ବିକଳ୍ପ ଜାଗା ପ୍ରଦାନ ପାଇଁ କୋର୍ଟ କେନ୍ଦ୍ର ଏବଂ ଉତ୍ତର ପ୍ରଦେଶ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ତେବେ ଏହି ରାୟରେ ମୁସଲିମ ପକ୍ଷ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଅଲ୍‌ ଇଣ୍ଡିଆ ମୁସଲିମ୍‌ ପର୍ସନାଲ ଲ ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ, କୋର୍ଟ ସମସ୍ତ ଜମି ପ୍ରତିପକ୍ଷଙ୍କୁ ଦେଇ ଦେଇଛନ୍ତି। ଏଥିରେ ଆମେ ସନ୍ତୁଷ୍ଟ ନାହୁଁ। କୋର୍ଟରେ ରିଭ୍ୟୁ ପିଟିଶନ ଦାଖଲ କରିବୁ କି ନାହିଁ ସେ ନେଇ ବିଚାର କରିବୁ ବୋଲି ସାମ୍ବାଦିକ ସମ୍ମିଳନୀରେ ମୁସଲିମ ପକ୍ଷ ଓକିଲ ଜାଫରୟାନ ଜିଲାନି ସୂଚନା ଦେଇଛନ୍ତି।

Comments are closed.