ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ସଲିଳ ସମାଧି

0

ଯାଜପୁର : ଯାଜପୁର କୁଆଖିଆ ଥାନା କୁରକୁରା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପୋଖରୀରେ ବୁଡ଼ି ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି। ଗାଧୋଇବାକୁ ଦୁଇ ଜଣ ବୁଡ଼ିଯାଇଥିବା ଅନୁମାନ କରାଯାଉଛି। ଗୁୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ଏହା ପରେ ଯାଜପୁରର ମୁଖ୍ୟ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଡ଼ାକ୍ତର ସେଠାରେ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply