ପାଟଣା କଲେଜରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଥିବା ସ୍ବାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟର ସଭାଗୃହରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ(ଏନ୍.ସି.ସି) ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସେହି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଶଙ୍କର୍ଷଣ ସାହୁ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଯୁଧିଷ୍ଠିର ମହାନ୍ତ , ପ୍ରଫେସର ଶୈଳେନ୍ଦ୍ର କୁମାର ଡାଳୁଆ , ଅଧ୍ୟାପକ ରତ୍ନାକର ମହାକୁର, ଅବସର ପ୍ରାପ୍ତ ପ୍ରଫେସର ହରିହର ଓଝା, ରଜତ କୁମାର ଦାଶ, ପର୍ଶୁରାମ ପଣ୍ଡା ପ୍ରମୁଖ ଯୋଗ ଦେଇ ଉପସ୍ଥିତ ଛାତ୍ର ଛାତ୍ରୀଙ୍କୁ ବହୁ ଉପଯୋଗୀ ଉପଦେଶ ଦେଇଥିଲେ। ଏହି ଅବସରରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ମହାବିଦ୍ୟାଳୟର ଏନ୍.ସି.ସି ଶିକ୍ଷକ ଧର୍ମେନ୍ଦ୍ର କୁମାର ସାହୁ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ସମସ୍ତ ଏନ୍.ସି.ସି ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ୟାରେଡ, ଶାରୀରିକ ଦକ୍ଷତା ପ୍ରଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Comments are closed.