ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

0

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍ଗର ପ୍ରସାଦଙ୍କୁ ଚିଠି ଲେଖିଛନ୍ତି । ଏ ବାବଦରେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ରବିଶଙ୍କରଙ୍କୁ ଚିଠିରେ ଅନୁରୋଧ କରିଛନ୍ତି । ସୂଚନାଯୋଗ୍ୟ, ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୀର୍ଘ ଦିନ ଧରି  ଆଇନଜୀବୀମାନେ ଆନ୍ଦୋଳନ କରି ଆସୁଛନ୍ତି । ଏହି ଆନ୍ଦୋଳନକୁ ଅନେକ ସଂଗଠନ ପକ୍ଷରୁ ମଧ୍ୟ ସମର୍ଥନ ମିଳିଛି । ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ।

Leave A Reply