ଯୁବକଙ୍କ ମୃତଦେହ ଉଦ୍ଧାର

କନ୍ଧମାଳ : କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଗେରୁପଡ଼ା ଗ୍ରାମ ନିକଟରେ ବୁଧବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ସକାଳ ସମୟରେ ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

Comments are closed.