ସୁନା ବ୍ୟବସାୟୀଙ୍କୁ ଛୁରା ମାଡ଼, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

ସୁନ୍ଦରଗଡ଼ : ରାଉରକେଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ସୁନା ବ୍ୟବସାୟୀଙ୍କୁ ଛୁରା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ଶରୀରର ୫ଟି ସ୍ଥାନରେ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି। ଘଟଣାପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୁରୁତର ଅବସ୍ଥାରେ ବ୍ୟବସାୟୀଙ୍କୁ ଆଇଜିଏଚରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସୁନା ବ୍ୟବସାୟୀ ଜଣଙ୍କ ସେକ୍ଟର ୫ରେ ଥିବା ତାଙ୍କ ସୁନା ଦୋକାନରୁ ବିଳମ୍ବିତ ରାତିରେ ଘରକୁ ଫେରୁଥିବା ସମୟରେ ମହତାବ ରୋଡ଼ରେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି।

Comments are closed.