ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର : ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ସୋମବାର ନାମାଙ୍କନ ଦାଖଲ କରିଛନ୍ତି। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଚଳିତ ବର୍ଷ ପ୍ରଥମ ଥର ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ନିର୍ବାଚନ ଲଢୁଛନ୍ତି। ପୂର୍ବରୁ ହିଞ୍ଜିଳି ଆସନ ପାଇଁ ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିସାରିଥିବା ବେଳେ ଆଜି ବିଜେପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।

Leave A Reply