ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର  .- ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଗୁରୁବାରରେ ଶେଷ ହୋଇଛି । ଶେଷ ଦିନରେ ବିଧାନସଭା ଆସନ ପାଇଁ ୧୮୬ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ  ପାଇଁ ୩୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତୃତୀୟ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ

୩୯୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୬୯ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।  ସେହିପରି ଚତୁର୍ଥ ପର୍ଯ୍ୟୟ ନିର୍ବାଚନ ନିମନ୍ତେ ଆଜି ବିଧାନସଭା ଆସନ ପାଇଁ ୧୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର

ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୪ ଜଣ ପ୍ରାର୍ଥୀ  ମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।  ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭୭୮୫ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ  ୩୯୨୨୩ ଜଣଙ୍କୁ ଅଟକ ରଖାଯାଇଛି । ୪୬୯୮ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୧୯୬ଟି ଅସ୍ତ୍ରଶସ୍ତ୍ର ଏବଂ ୧୨୨୯.୦୩୨ କିଲୋଗ୍ରାମ ବିସ୍ପୋରକ ଦ୍ରବ୍ୟ ଜବତ କରାଯାଇଛି । ଗୁରୁବାର ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୦୦୩୭୬.୪୭୦ ବá ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୧୩ ଲକ୍ଷ ୮୯ ହଜାର ୭୭୧ ଟଙ୍କା ହେବ । ଗୁରୁବାର ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍‌ ଏବଂ ପୋଲିସ୍‌ ଦ୍ୱାରା ୧ କୋଟି ୬୮ ଲକ୍ଷ ୩୭ ହଜାର ୭୦୦ ଟଙ୍କା ଜବତ କରାଯାଇଛି । ଏତଦ୍‌ବ୍ୟତୀତ ଆୟକର ବିଭାଗ ଦ୍ୱାରା ୩୭ ଲକ୍ଷ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୨୪ ଲକ୍ଷ ୩୪ ହଜାର ୩୫୫ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଗୁରୁବାର ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୨ ଲକ୍ଷ ୧୮ ହଜାର ୮୬୪ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା ୫୭୫ ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି । ଗୁରୁବାର ପର୍ଯ୍ୟନ୍ତ ଓଡ଼ିଶାରେ ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ୬୮୩ ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥି ମଧ୍ୟରୁ ୫୮୭ ଟି ଅଭିଯୋଗର ସମାଧାନ କରାଯାଇଛି ।

Comments are closed.