ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ୫ ଲୋକସଭା, ୩୫ ବିଧାନସଭା ଆସନରେ ହେବ ଭୋଟ ଗ୍ରହଣ

0

ଭୁବନେଶ୍ଵର: ଆସନ୍ତା ଏପ୍ରିଲ ୧୮ ତାରିଖରେ ରାଜ୍ୟରେ ହେବାକୁ ଥିବା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। ଏପ୍ରିଲ ୧୮ ତାରିଖରେ ୫ଟି ଲୋକସଭା ଆସନ ବରଗଡ଼, ବଲାଙ୍ଗୀର, ଆସିକା, ସୁନ୍ଦରଗଡ଼ ଏବଂ କନ୍ଧମାଳ ସମେତ ୩୫ଟି ବିଧାନସଭା ଆସନରେ ଭୋଟଗ୍ରହଣ ହେବ। ଏଥିପାଇଁ ମଙ୍ଗଳବାରଠାରୁ ମାର୍ଚ୍ଚ ୨୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୬ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି। ୨୯ ତାରିଖକୁ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ ଭାବେ ଧାର୍ଯ୍ୟ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ୪ଟି ପର୍ଯ୍ୟାୟରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ସୋମବାର ଦିନ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଆସନ୍ତା ଏପ୍ରିଲ ୧୧ରେ ଏହି ପର୍ଯ୍ୟାୟରେ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ଏପ୍ରିଲ ୨୩ରେ ୩ୟ ପର୍ଯ୍ୟାୟ ଏବଂ ଏପ୍ରିଲ ୨୪ ତାରିଖରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବ।

Leave A Reply