ଫ୍ରିଜରେ କଟା ପିଆଜ ରଖୁଛନ୍ତି କି ! ସାବଧାନ

ପିଆଜ ଖାଇବା ଦ୍ୱାରା ଆମର ବହୁ ଉପକାର ହୋଇଥାଏ। ପିଆଜକୁ ନିୟମିତ ତରକାରୀ ହେଉ ଅଥବା ବିଭିନ୍ନ ଖାଦ୍ୟ ସାମଗ୍ରୀରେ ବ୍ୟବହାର କରାଯାଇଥାଏ। ତରକାରୀ ଠାରୁ ଆରମ୍ଭ କରି ସାଲାଡ଼ ପର୍ଯ୍ୟନ୍ତ ପିଆଜ ସବୁଥିରେ ଆବଶ୍ୟକ ଅଟେ। କିନ୍ତୁ ବେଳେ ବେଳେ କଟା ପିଆଜ ଏବଂ ପିଆଜକୁ ବହୁ ଲୋକେ ଫ୍ରିଜରେ ରଖିଥାଆନ୍ତି। ମାତ୍ର ଏପରି ରଖିବା ଉଚିତ ନୁହେଁ। ପିଆଜକୁ ଫ୍ରିଜରେ ରଖିଲେ ଏହା ଆମ ପାଇଁ ଉପକାରୀ ହେବା ବଦଳରେ ଆମ ଶରୀରର କ୍ଷତି କରିଥାଏ।
କଟା ପିଆଜକୁ ଖାଲିରେ ଅଥବା ଫ୍ରିଜରେ ରଖିଲେ ଏଥିରେ କ୍ଷତିକାରକ ବ୍ୟାକ୍ଟେରିଆର ବୃଦ୍ଧି ହୋଇଥାଏ। ସେହି ପିଆଜକୁ ଖାଇବା ଦ୍ୱାରା ଏହା ଆମ ସ୍ୱାସ୍ଥ୍ୟର କ୍ଷତି କରିଥାଏ। ଆମ ଶରୀରର ଶକ୍ତିକୁ ତଥା କାର୍ଯ୍ୟ କରିବାର କ୍ଷମତାକୁ ଏହା ହ୍ରାସ କରିଥାଏ। ଶରୀରରେ ବିଭିନ୍ନ ରୋଗ ମଧ୍ୟ ସୃଷ୍ଟି କରିଥାଏ।
ଫ୍ରିଜରେ ଗୋଟା ପିଆଜକୁ ରଖିଲେ ଏହାର ଭିତର ଅଂଶ ଶୁଷ୍କ ହୋଇଯାଏ ଏବଂ ଏହାର ଭଲ ପୋଷକ ତତ୍ତ୍ୱ ନଷ୍ଟ ହୋଇଯାଏ। ଆମେ ଏହି ପିଆଜକୁ ଖାଇଲେ ଆମ ଶରୀରରେ ବିଭିନ୍ନ ରୋଗ ହୋଇଥାଏ। ଆଣ୍ଠୁଗଣ୍ଠି ଓ ହାଡ଼ ଜନିତ ବହୁ ସମସ୍ୟା ମଧ୍ୟ ହୋଇଥାଏ।

Comments are closed.