ଲଗାଣ ବର୍ଷାରେ କାନ୍ଥ ଭୁଶୁଡି ମହିଳା ଗୁରୁତର

ପାଟଣା : କେନ୍ଦୁଝର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ଘରର କାନ୍ଥ ଭୁଶୁଡ଼ି ଜଣେ ମହିଳା ଗୁରୁତର ହୋଇଥିବା ଜଣାପଡ଼ିଛି। ତାଙ୍କୁ ପ୍ରଥମେ ତୁରୁମୁଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପରେ ଅଧିକ ଚିକିତ୍ସା ନିମନ୍ତେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମ ନୁଆ ସାହିର ଗୁରୁବାରି ନାଏକ(୫୫) ନିଜ ଘର ବାରଣ୍ଡାରେ ବସିଥିବା ବେଳେ ତାଙ୍କ ଉପରେ ଘରର କାନ୍ଥ ଭୁଶୁଡ଼ି ପଡ଼ିବା ଫଳରେ ସେ କାନ୍ଥ ତଳେ ଚାପି ହୋଇ ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ‌ ତୁରୁମୁଙ୍ଗା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାରିଙ୍କ ମୁଣ୍ଡ ଓ ଅଣ୍ଟାରେ ଗଭୀର ଆଘାତ ଲାଗିଥିବା ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।

Comments are closed.