ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

Copy Editor AH | Published On: Oct 10, 2017 01:42 AM IST |   124

ଭୁବନେଶ୍ୱର : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୦ତମ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ବିଧାନସଭା ପରିସରରେ ଥିବା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରଦୀପକୁମାର ଅମାତ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ବିକ୍ରମକେଶରୀ ଆରୁଖ, ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ସରକାରୀ ଦଳ ମୁଖ୍ୟ ସଚେତକ ଅମର ପ୍ରସାଦ ଶତପଥୀ, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ, ପୂର୍ବତନ ବାଚସ୍ପତି ଶରତକୁମାର କର ଓ ଉକôଳ ସମ୍ମିଳନୀର କର୍ମକର୍ତ୍ତା ଓ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଅମିୟକୁମାର ଷଡ଼ଙ୍ଗୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ ।
Tags:

Like Us

Breaking News

ମୋହାଲି : ଆଜି (ବୁଧବାର) ଭାରତ-ଶ୍ରୀଲଙ୍କା ୨ୟ ଦିନିକିଆ ମ୍ୟାଚ୍‌ ସି ପ୍ଲେନରେ ଯାତ୍ରା କରି  ନିର୍ବାଚନ ପ୍ରଚାର କଲେ ମୋଦି ମନ୍ଦିର ଯିବା କ’ଣ ଭୂଲ: ବିଜେପିକୁ ପ୍ରଶ୍ନ ପଚାରିଲେ ରାହୁଲ ଗାନ୍ଧୀ ପାରିଦୀପ ତୈଳ ବିଶୋଧନାଗାରରେ ଅଗ୍ନିକାଣ୍ଡ