ବିଜେପିରେ ଯୋଗଦେଲେ ମହାଶ୍ୱେତା

ବିଜେପିରେ ଯୋଗଦେଲେ ମହାଶ୍ୱେତା

Sid | Published On: Feb 11, 2018 01:24 PM IST | Updated On: Feb 12, 2018 01:22 PM IST |   408

ଭୁବନେଶ୍ଵର: ବିଜେପିରେ ଯୋଗଦେଇଛନ୍ତି ବିଗତ ଦିନର ଓଡ଼ିଆ  ଚଳଚ୍ଚିତ୍ର ନାୟିକା  ମହାଶ୍ୱେତା ରାୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗ ଦେଇଥିବା କହିଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନ୍ୟାନ୍ୟ ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। 

ଶନିବାର ଭୁବନେଶ୍ୱରରେ ସେ ବିଜେପିରେ ଯୋଗ ଦେବେ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇ ଥିଲା। ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଏହି ସୂଚନା ଦେଇଥିଲେ। ପୂର୍ବରୁ ମିହିର ଦାସ ଓ ଅନୁ ଚୌଧୁରୀ ବିଜେପିରେ ମିଶିଥିଲେ। ପିଙ୍କି ପ୍ରଧାନ ଓ ଶ୍ରୀତମ ଦାସ ମଧ୍ୟ ବିଜେପିରେ ଅଛନ୍ତି। ଗତ ନିର୍ବାଚନ ବେଳେ ମିହିର ଦାସ ବିଜେଡିରେ ମିଶି ଥିଲେ। ଏବେ ବିଜେପୁର ଉପ-ନିର୍ବାଚନ ପୂର୍ବରୁ ସେ ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗ ଦେଇଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି।

Tags:

Like Us

Breaking News

ବାଲେଶ୍ବର: ସୋର ସଜନପୁରରେ ଭୟାବହ ଅଗ୍ନିକାଣ୍ଡ, ୨ ଘଣ୍ଟା ବିତିଯାଇଥିଲେ ମଧ୍ୟ ପହଞ୍ଚିଲାନି ଦମକଳ ବାହିନୀ ଆଠଗଡ଼: ଖୁଣ୍ଟୁଣୀ ରେଞ୍ଜ ପାଇକେରାପୁରରେ ହାତୀ ଛୁଆ ମୃତଦେହ ଠାବ ଧର୍ମଗଡ଼: କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ କାଲପୋଲା ଛକ ନିକଟରେ ବ୍ୟାଣ୍ଡପାର୍ଟି ପିକଅପ୍‌ ଭ୍ୟାନ ଓ ଟ୍ରକ୍‌ ଧକ୍କାରେ ୨ ମୃତ, ୨୪ ଆହତ ଯାଜପୁର : ଯାଜପୁର ଜିଲ୍ଲା ପଂଚାୟତ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ବିଚିତ୍ରାନନ୍ଦ ମହାନ୍ତିକୁ ଜିଲ୍ଲାପାଳ ସରକାରୀ ଚାକିରିରୁ ବହିଷ୍କାର କଲେ। ତାଙ୍କ ବିରୁଦ୍ଧରେ ଏକ କୋଟି ଅଠ।ନବେ ଲକ୍ଷ ଟଂକାର ଅନିୟମିତତା ଅଭିଯୋଗ ନେଇ ମାମଲା ରୁଜୁ ହୋଇଛି।