ପ୍ରାକ ବଜେଟ୍ ବୈଠକ ଅନୁଷ୍ଠିତ ; ଜୁନ ୨୫ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ଜୁନ ୨୫ତାରିଖରୁ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ନବ ନିର୍ବାଚିତ ସଦସ୍ୟଙ୍କୁ ନେଇ ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବ । ଆସନ୍ତା ୨୮ ତାରିଖ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ ବୋଲି ସେମାବାର ପ୍ରାକ ବଜେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହି ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥ ସଚିବ ଓ ଅର୍ଥ ବିଷାରଦ ଉପସ୍ଥିତ ଥିଲେ ।

Comments are closed.