ନବବର୍ଷରେ ଶ୍ରୀଜୀଉଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

0

ପୁରୀ : ନବବର୍ଷର ଆରମ୍ଭରେ ମୁଖ୍ୟମନ୍ତ୍ରୀ ପୁରୀ ଯାଇଛନ୍ତି। ସେଠାରେ ପହଞ୍ଚି ମନ୍ଦିର ଭିତରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ସେ ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ପୁରୀରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ କିଛି ସମୟ ଅତିବାହିତ କରିବା ପରେ ଫେରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ରାଜସ୍ବ ମନ୍ତ୍ରୀ ମହେଶ୍ବର ମହାନ୍ତି, ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ପ୍ରଦୀପ୍ତ ମହାପାତ୍ର, ପୁରୀ ଜିଲାପାଳ ଜ୍ୟୋତିପ୍ରକାଶ ଦାସ, ଏସପି ସାର୍ଥକ ଷଡଙ୍ଗୀ ଓ ବ୍ରହ୍ମଗିରି ବିଧାୟକ ସଞ୍ଜୟ ଦାସବର୍ମା ପ୍ରମୁଖ ଉପସ୍ଥିତ ରହି ତଦାରଖ କରିଥିଲେ।ମୁଖ୍ୟମନ୍ତ୍ରୀ ନବବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Leave A Reply