ବନକ ଲାଗି ନୀତି ପାଇଁ ଶ୍ରୀଜିଉଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ

0

ପୁରୀ : ଶ୍ରୀମନ୍ଦିରରେ ଗୁରୁବାର ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୁପ ସରିବା ପରେ ଦତ୍ତ ମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ସୂଚନା ଅନୁଯାୟୀ, ବନକଲାଗି ନୀତି ମହାପ୍ରଭୁଙ୍କର ଏକ ଗୁପ୍ତ ସେବା ଓ ପ୍ରାୟ ଚାରିଘଣ୍ଟାର ସେବା ହୋଇଥାଏ। ଏହି କାରଣରୁ ଅପରାହ୍ନ ଚାରିଟାରୁ ରାତି ଆଠଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

Leave A Reply