ପଇତା ଲାଗି ନୀତି ପାଇଁ ମହାପ୍ରଭୁଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ସୋମବାର ଅର୍ଥାତ ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି କରାଯିବ। ଦଇତାପତିମାନେ ଏହି ସେବା କରିଥାଆନ୍ତି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ମହାପ୍ରଭୁଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି। ଏହି ସମୟରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

Comments are closed.