ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହେବ। ରାହୁରେଖା ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ୫ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ରାହୁରେଖା ନୀତି ଅନୁଷ୍ଠିତ ହେବ। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ।

Comments are closed.